ସାଧାରଣତନ୍ତ୍ର ଦିବସ: ରାଜଧାନୀରେ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ

ରାଜ୍ୟସ୍ତରୀୟ ସମାରୋହରେ ମାନ୍ୟବର ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ।

ସିଏମଓ ପକ୍ଷରୁ ତାଲିକା ପ୍ରସ୍ତୁତ

ଭୁବନେଶ୍ୱର, ୨୧/୦୧/୨୦୨୪: ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିବେ।

ଆସନ୍ତା ଜାନୁଆରୀ ୨୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପତାକା ଉତ୍ତୋଳନ ଓ ସଲାମି ନେଉଥିବା ମନ୍ତ୍ରୀ ଓ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ତାଲିକା ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି। ୧୭ଟି ଜିଲ୍ଲାରେ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ବ୍ରହ୍ମପୁର ଓ ରାଉରକେଲାରେ ଆରଡିସି ଓ ଅବଶିଷ୍ଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲାପାଳମାନେ ତ୍ରିରଙ୍ଗା ଉତ୍ତୋଳନ କରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ଜାତୀୟ ପତାକା ଉତ୍ତୋଳନ କରିବେ ନାହିଁ। ଭୁବନେଶ୍ୱରରେ ରାଜ୍ୟପାଳଙ୍କ ସହ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି।