ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ଉପକୂଳ ଓଡ଼ିଶା ସହ ଅନ୍ୟ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି।

ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା: ଆଇଏମଡିର ପୂର୍ବାନୁମାନ

ଭୁବନେଶ୍ୱର, ୨୩/୦୧/୨୦୨୪: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ ର ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ବୁଧବାର ଉପକୂଳ ଓଡ଼ିଶା, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଏବଂ ବାକି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହାବ୍ୟତୀତ ଗୁରୁବାର ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, ଜଗତସିଂହପୁର, କନ୍ଧମାଳ, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।