ଓଲଟିଲା ଧଉଳି ଗଣନାଟ୍ୟର ଯାତ୍ରା ପାର୍ଟି ଟ୍ରକ: ୬ ମୃତ, ୧୨ରୁ ଉର୍ଦ୍ଧ୍ଵ ଆହତ

ଧଉଳି ଗଣନାଟ୍ୟର ଯାତ୍ରା ପାର୍ଟି ଟ୍ରକ୍ ଦୁର୍ଘଟଣାଗସ୍ତ। ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଏଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି।

୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪/୦୧/୨୪: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅନ୍ତର୍ଗତ ଦ୍ୱାରସୁନ ଘାଟରେ ବୁଧବାର ସକାଳେ ‘ଧଉଳି ଗଣନାଟ୍ୟ’ ଯାତ୍ରା ପାର୍ଟିର ଏକ ଟ୍ରକ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି |

ଏଥିସହ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।