ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପ ଲୋକାର୍ପଣ

ଆସନ୍ତା ଜାନୁଆରୀ ୨୭ ତାରିଖରେ ମା' ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ।

ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୫/୦୧/୨୦୨୪: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।

ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ରଦାନ କରିପାରିବେ।

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ, ସେଦିନ ମାସର ଚତୁର୍ଥ ଶନିବାର ପଡୁ ଥିବାରୁ ସମସ୍ତ ସରକାରୀ ଅଫିସ ମଧ୍ଯ ବନ୍ଦ ରହୁଛି।