ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଆସନ୍ତା ଫେବୃଆରୀ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସି ଆଇଆଇଏମ୍-ଏସ୍ କ୍ୟାମ୍ପସର ଉଦଘାଟନ କରିବେ।

ବିଶ୍ୱସ୍ତ ସୂତ୍ରରୁ ସୂଚନା

ଭୁବନେଶ୍ୱର, ୨୫/୦୧/୨୦୨୪: ଖୁବ ଶୀଘ୍ର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ, ସମ୍ବଲପୁର (ଆଇଆଇଏମ୍-ଏସ୍)ର ସ୍ଥାୟୀ କ୍ୟାମ୍ପସକୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ସୂତ୍ରରୁ ପ୍ରକାଶ ଯେ ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତ ସମୟରେ ସମ୍ବଲପୁରରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କ ଗସ୍ତ ତାରିଖ ନେଇ ପିଏମଓ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।