ରାଜ୍ୟରେ ପୁଣି ହେବ ବର୍ଷା

•ରାଜ୍ୟରେ ଏବେ ପାଗ ଶୁଖିଲା ରହିଥିବା ବେଳେ ଆସନ୍ତା ୩୧ ତାରିଖରେ ବର୍ଷା ହେବାର ସମ୍ଭାବନା ଅଛି। •ପାରଳାଖେମୁଣ୍ଡିରେ ସର୍ବାଧିକ ଏବଂ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।

ଆଇଏମଡିର ପୂର୍ବାନୁମାନ

ଭୁବନେଶ୍ୱର, ୨୮/୦୧/୨୦୨୪: ରାଜ୍ୟରେ ଗତ ୨ ଦିନ ହେବ ପାଗ ଶୁଖିଲା ରହିଥିବା ବେଳେ ଆସନ୍ତା ଜାନୁଆରୀ ୩୧ ତାରିଖରୁ ରାଜ୍ୟରେ ପୁଣି ଥରେ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଭ୍ୟନ୍ତରୀଣ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଓ କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇଥିବା ବେଳେ ଅନୁଗୁଳରେ ମଧ୍ୟ ଘନ କୁହୁଡ଼ି ହୋଇଥିବାର ଦେଖିବାକୁ ମିଳିଛି।

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱାଭାବିକଠାରୁ କମ୍ ତାପମାତ୍ରା ରହିଛି। ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୦ ଡିଗ୍ରୀ ସେଲସିୟସ ଏବଂ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୭.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ। କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।