ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ଘଟିଥିବା ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି।

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ବର, ୧୧/୦୨/୨୦୨୪: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।