ନାମାଙ୍କନପତ୍ର ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଦଳର ବିଭିନ୍ନ ନେତା ସାମିଲ

ଭୁବନେଶ୍ବର, ୧୫/୦୨/୨୦୨୪: ଓଡ଼ିଶା ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ରେଳବାଇ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ବୈଷ୍ଣବ ଓଡ଼ିଶା ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ଏବଂ ନାଉରୀ ନାୟକ, କୁସୁମ ଟେଟେ, ମୋହନ ଚରଣ ମାଝୀଙ୍କ ଭଳି ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଥିଲେ।

ଏହା ପୂର୍ବରୁ ବିଜେପି ବୈଷ୍ଣବଙ୍କୁ ରାଜ୍ୟସଭା ନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।