୧୮ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।