କୃଷକ ସାଥିଙ୍କ ବାର୍ଷିକ ଖର୍ଚ୍ଚ ପରିମାଣ ୧୮,୦୦୦: ରାଜ୍ୟ ସରକାର

କୃଷକ ସାଥିଙ୍କ ବାର୍ଷିକ ଖର୍ଚ୍ଚ ପରିମାଣ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ।

ଉପକୃତ ହେବେ ୧୩,୬୦୦ କୃଷକ ସାଥି

ଭୁବନେଶ୍ବର, ୧୭.୨.୨୪: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ, କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ। ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି।

କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।