ଘର ବାଲକୋନିରେ ଆସିଲେ ବାବୁସାନ୍,କହିଲେ ଉଚିତ ସମୟରେ ଠିକ୍ କଥା କହିବି

ଭୁବନେଶ୍ବର: ଗତକାଲି ଭୁବନେଶ୍ବର ଫେରିଥିବା ବାବୁସାନ୍ ଆଜି ନିଜ ଘର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିଙ୍କୁ ନମସ୍କାର କରିଛନ୍ତି। ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୁଁ ପରିବାର ପାଖରେ ଅଛି। ସେଥିପାଇଁ ବହୁତ ଖୁସି ଅଛି। ଠିକ୍ ସମୟରେ ଠିକ୍ କଥା କହିବି। ଏଇ ଅଳ୍ପ କଥା କହି ବାବୁସାନ୍ ଘର ଭିତରକୁ ଚାଲିଯାଇଥିଲେ।

ଏହି ସମୟରେ ବାବୁସାନଙ୍କ ସହ ତାଙ୍କର ମାଆ ଅପରାଜିତା ମହାନ୍ତି ମଧ୍ୟ ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା। ଏହି ସମୟରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ଅପରାଜିତା କହିଥିଲେ, ଆମ ଉଭୟଙ୍କ ଦେହ ଭଲ ନାହିଁ। ଏଣୁ ଆଜି କୁଆଡ଼େ ଯିବାର ନାହିଁ।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ବର ଫେରିବା ପରେ ବାବୁସାନ୍ ପ୍ରଥମେ ବାପା ମାଆଙ୍କ ପାଖକୁ ଯାଇଥିଲେ ଓ ବିଶ୍ରାମ ନେଇଥିଲେ। କିନ୍ତୁ ଦିନଟାଯାକ ବିତିଯାଇଥିଲେ ବି ସେ ପତ୍ନୀ ତୃପ୍ତି ଓ ପୁଅକୁ ଭେଟିବାକୁ ଯାଇନଥିଲେ।