୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ନବନିର୍ବାଚିତ ରାଜ୍ୟସଭା ସାଂସଦ

ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ଭେଟିଛନ୍ତି ନବ ନିର୍ବାଚିତ ସାଂସଦ।

ନବୀନ ନିବାସରେ ଭେଟିଲେ ଦେବାଶିଷ-ଶୁଭାଶିଷ

ଭୁବନେଶ୍ବର, ୨୦/୦୨/୨୦୨୪: ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ୱରେ ନିର୍ବାଚିତ ହୋଇଥିବା ବିଜେଡିର ଦୁଇ ଜଣ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେବା ସହ ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ଯକ୍ଷଙ୍କ ସହ ବିଭିନ୍ନ ସଂକ୍ରାନ୍ତରେ ଆଲୋଚନା କରିଥିଲେ।