୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୨୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୨୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୮୮ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍‌ରୁ ୩୫ଜଣ ରହିଛନ୍ତି ।