ଏନଏସିରେ ପରିଣତ ହେଲା ବୀରମହାରାଜପୁର

ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରକୁ ଏନ୍ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ନୂଆ ଏନ୍ଏସି ସଂଖ୍ୟା ୩୫କୁ ପହଞ୍ଚିଲା

ଭୁବନେଶ୍ବର, ୨୫/୦୨/୨୦୨୪: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଗତକାଲି ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।ବୀରମହାରାଜପୁର ଏଥିରେ ସାମିଲ ହେବା ଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଲା।

ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।