ବିଜେଡିରୁ ଇସ୍ତଫା ଦେଲେ ସୁଦର୍ଶନ ଜେନା

ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି।

ଦଳରେ ଅଣଦେଖା କରାଯାଇଥିବାରୁ ଦେଲେ ଇସ୍ତଫା

ଭୁବନେଶ୍ବର, ୦୮/୦୩/୨୦୨୪: ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ସୁଦର୍ଶନ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି।

ସୁଦର୍ଶନ ତାଙ୍କ ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ଯେ ଦଳରେ ତାଙ୍କୁ ଅଣଦେଖା ଓ ଅପମାନିତ କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୦୯ ମସିହାରେ ରେମୁଣାରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ରେ ସେ ବିଜେପି ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଠାରୁ ୧୩ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲେ।