ଏମ୍ସ ପ୍ଲସ୍ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପାଣ୍ଡିଆନ

୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ୪୫୦୦ କୋଟି ଟଙ୍କା ବ୍ୟୟରେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ନିର୍ମାଣ ହେଉଥିବା ଏମ୍ସ ପ୍ଲସ ପ୍ରକଳ୍ପର ସମୀକ୍ଷା କରିଥିଲେ।

ସମୟସୀମା ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ଵର, ୧୦/୦୩/୨୦୨୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କଟକ ଗସ୍ତ କରି ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହା ଅତ୍ୟାଧୁନିକ ସୁବିଧା ସମ୍ପନ୍ନ ଏମ୍ସ ପ୍ଲସରେ ପରିଣତ ହେବାକୁ ଯାଉଛି।

ଏସସିବି ଏମସିଏଚ୍-ଏମ୍ସ ପ୍ଲସ୍ ପ୍ରକଳ୍ପ ସ୍ଥଳରେ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ସଂପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହା ସହ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଏବଂ ୨୦୫୮ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଓ ଆବାସିକ ବ୍ଲକକୁ ମିଶାଇ ୪୫୦୦ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।

କାର୍ଯ୍ୟସ୍ଥଳ ପରିଦର୍ଶନ କରିବା ସହ ଯନ୍ତ୍ରୀ ଓ କାର୍ଯ୍ୟନିର୍ବାହୀ ସଂସ୍ଥା ସହ ଆଲୋଚନା କରିଥିଲେ। କାର୍ଯ୍ୟର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ନିୟୋଜିତ ମାନବସମ୍ବଳ ବୃଦ୍ଧି କରିବାକୁ ସେ କାର୍ଯ୍ୟନିର୍ବାହୀ ଏଜେନ୍ସିଗୁଡ଼ିକୁ କହିଥିଲେ।