ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର

ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର, ୧୪/୦୩/୨୦୨୪: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ କରାଯାଇଛି। ଏହା ସହିତ ପେନସନଭୋଗୀଙ୍କ ଟିଆଇ ମଧ୍ୟ ୪ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ପ୍ରାୟ ସାଢ଼େ ୪.୫ ଲକ୍ଷ ସରକାରୀ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।