ଦୁର୍ଘଟଣାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁରରେ ଏକ ସଡକ ଦୁର୍ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି।

ଗ୍ୟାସ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର ମୁହାଁମୁହିଁ

ଭୁବନେଶ୍ବର, ୧୫/୦୩/୨୦୨୪: ଆଜି ସସମ୍ବଲପୁରରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର ହୋଇଥିବା ବେଳେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।