ଶଙ୍ଖ ଛାଡିଲେ ପୂର୍ବତନ ବିଧାୟକ

ଖଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି।

ବିଜେଡ଼ି ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର, ୨୫/୦୩/୨୦୨୪: ଶଙ୍ଖ ଛାଡିଲେ ଖଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ। ପୂର୍ଣ୍ଣଚନ୍ଦ୍ର ଆଜି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରିବା ସହ ଇସ୍ତଫା ଦେବାର କାରଣ ଦର୍ଶାଇଛନ୍ତି।

ପୂର୍ଣ୍ଣଚନ୍ଦ୍ର ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ପ୍ରତିନିଧିତ୍ବ କରିଥିଲେ ପୂର୍ଣ୍ଣଚନ୍ଦ୍ର। ତେବେ ୨୦୧୯ ନିର୍ବାଚନରେ ବିଜେଡି ତାଙ୍କୁ ଟିକେଟ ଦେଇନଥିଲା।