ଜୟନାରାୟଣ ମିଶ୍ର ‌ହେଲେ ବିରୋଧୀ ଦଳ ନେତା

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କୁ  ବିରୋଧୀ ଦଳ ନେତା ଘୋଷଣା କରାଯାଇଛି । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠିକରେ ଆଜି ସର୍ବସମ୍ମତି କ୍ରମେ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଜୟନାରାୟଣ ମିଶ୍ରଙ୍କୁ ଚୟନ କରାଯାଇଛି।

ପ୍ରଦୀପ୍ତ ନାୟକଙ୍କ ଦୀର୍ଘକାଳୀନ ଅସୁସ୍ଥତା ହେତୁ  ତାଙ୍କ ସ୍ଥାନରେ ଜୟନାରାୟଣ ମିଶ୍ରଙ୍କୁ ବିରୋଧୀ ଦଳର ନେତା ଭାବେ ଦଳ ପକ୍ଷରୁ ଦାୟିତ୍ବ ଦିଆଯାଇଛି।  ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସହପ୍ରଭାରୀ ବିଜୟ ପାଲ ସିଂ ତୋମାର ଏଇ ଘୋଷଣା କରିଛନ୍ତି।