୨ରୁ ସକାଳୁଆ ସ୍କୁଲ

ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳ ୭ଟାରୁ ସ୍କୁଲରେ ପାଠପଢ଼ା ଆରମ୍ଭ ହେବ।

ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ବର, ୩୦/୦୩/୨୦୨୪: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଅସହ୍ୟ ଗରମକୁ ଗୁଳୁଗୁଳି ଅନୁଭୂତ ହେଉଛି। ଦିନ ସମୟରେ ବାହାରକୁ ବାହାରିବା ଏବେଠାରୁ ଅସହ୍ୟ ହେଲାଣି। ଏଭଳି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଏପ୍ରିଲ ୨ ତାରିଖଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢା ହେବ। ଏହି ସମୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ ପକ୍ଷରୁ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଅତିରିକ୍ତ ଭାବରେ ମହଜୁଦ ରଖିବା ସହ ଏହାର ବ୍ୟବସ୍ଥା କରିବା ପାଇଁ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି।