“ଓଡ଼ିଶା ପରିବର୍ତ୍ତନ” ଗୀତରେ କୈଳାଶ ଖେରଙ୍କ କଣ୍ଠଦାନ

ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ତଥା ପଦ୍ମଶ୍ରୀ କୈଳାଶ ଖେର ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ଗୀତ ଗାଇଛନ୍ତି।

ଓଡ଼ିଶାର ଜନସାଧାରଣଙ୍କୁ ଏହା ଆଧ୍ୟାତ୍ମିକ ଉପହାର: କୈଳାସ

ନୂଆଦିଲ୍ଲୀ, ୦୩/୦୪/୨୦୨୪: ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ତଥା ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି। ଏହି ଅବସରରେ କୈଳାଶ ଖୈର ଟ୍ୱିଟ୍ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀ ମାନେ ସଙ୍କେତ ଦେଉଛନ୍ତି ଯେ ପରିବର୍ତ୍ତନ ବିକାଶର ପ୍ରଥମ ସୋପାନ। କୈଳାସ ପରିବାର ତରଫରୁ ସଙ୍ଗୀତ ମାଧ୍ୟମରେ ଏହି ଆଧ୍ୟାତ୍ମିକ ପ୍ରାର୍ଥନା ଓଡ଼ିଶାର ଜନସାଧାରଣଙ୍କୁ ଉପହାର।

“ଓଡ଼ିଶା ପରିବର୍ତ୍ତନ” ଆଡକୁ ଗୋଟିଏ ପାଦ ଆଗକୁ କଥାବସ୍ତୁ ଉପରେ ପ୍ରସ୍ତୁତ ହୋଇଥିବା ନିର୍ବାଚନୀ ଗୀତରେ କୈଳାଶ ଖେର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସମଲେଶ୍ୱରୀଙ୍କ ପବିତ୍ର ଭୂମିକୁ ସମୃଦ୍ଧି ଏବଂ ବିକାଶର ଭୂମି କହିଛନ୍ତି। ଏହି ପବିତ୍ର ଭୂମିରୁ ପ୍ରଭୁଙ୍କ ଚରଣରେ ପଦ୍ମ ଫୁଟାଇବା ସହ ଓଡ଼ିଶାରେ ପରିବର୍ତ୍ତନ ଆଣିବା ଉପରେ ଗୀତଟି ରଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିକାଶର କାର୍ଯ୍ୟଶୈଳୀ ଓ ସେମାନଙ୍କ ନେତୃତ୍ୱରେ ସମ୍ବଲପୁର ସମେତ ଓଡ଼ିଶାରେ ବିକାଶର କାର୍ଯ୍ୟ ଉପରେ ଗୀତଟି ପର୍ଯ୍ୟବେସିତ ହୋଇଛି। ଓଡ଼ିଶାର ସଂକଳ୍ପକୁ ଗୀତରେ ପ୍ରତିଫଳିତ କରାଯାଇଛି।