ବିଜେଡ଼ିରେ ଯୋଗଦେଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୧୫/୦୪/୨୦୨୪: କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ବିଜେଡି ସାଧାରଣ ସମ୍ପାଦକ ତଥା ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ୱର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କକା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଉପସ୍ଥିତ ଥିଲେ। ଏହି ଅବସରରେ ଗୀତାଞ୍ଜଳି ପିଡିକା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲେ ବୋଲି କହିଛନ୍ତି।