ବିଜେଡିରେ ମିଶିଲେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ

ବିଜେଡ଼ିରେ ଆଜି ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୧୬/୦୪/୨୦୨୪: କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବଳବନ୍ତରାୟ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେପି ଓ କଂଗ୍ରେସ ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।