ବିଜେଡିରେ ମିଶିଲେ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀ

ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ବିଜେଡିରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶଙ୍ଖ ଧରିଲେ

ଭୁବନେଶ୍ବର, ୧୬/୦୪/୨୦୨୪: ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ।