୨୪ ଘଣ୍ଟା ମଧ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର:  ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ତବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଗଜପତି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୩ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।