ବିଜେଡ଼ିରେ ଯୋଗଦେଲେ କ୍ୟାପଟେନ୍ ରାଜନାରାୟଣ ମହାପାତ୍ର

ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ଦ୍ୱାରା ଅନୁପ୍ରାଣିତ: ରାଜନାରାୟଣ

ଭୁବନେଶ୍ୱର, ୧୭/୦୪/୨୦୨୪: ଯାଜପୁର ଜିଲ୍ଲା ଅନ୍ତର୍ଗତ ବଡଚଣା ନିର୍ବାଚନମଣ୍ଡଳୀର ପିସିସି ସମ୍ପାଦକ ତଥା କ୍ୟାପଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ବଡଚଣା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜବୁତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ଲେଙ୍କା କହିଥିଲେ।

ଏହି ଅବସରରେ କ୍ୟାପଟେନ ରାଜନାରାୟଣ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି।