ବିଜେଡିରେ ଯୋଗଦେଲେ କଂଗ୍ରେସ ମୁଖପାତ୍ର କୈଳାଶ ମୁଖୀ

କନ୍ଧମାଳ କଂଗ୍ରେସର ବରିଷ୍ଠ ନେତା କୈଳାଶ ମୁଖୀ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୧୭/୦୪/୨୦୨୪: କନ୍ଧମାଳ କଂଗ୍ରେସର ବରିଷ୍ଠ ନେତା ତଥା ମୁଖପାତ୍ର କୈଳାଶ ମୁଖୀ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଉପସ୍ଥିତିରେ ଶ୍ରୀ ମୁଖୀ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।

ବିଜେଡିରେ ଯୋଗଦେବା ଅବସରରେ ଶ୍ରୀ ମୁଖୀ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି, ନୀତି ଆଦର୍ଶ ଓ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ମୁଁ ବିଜେଡିରେ ସାମିଲ ହୋଇଛି। ଆଗାମୀ ଦିନରେ ବିଜୁ ଜନତା ଦଳକୁ ମଜବୁତ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ କାର୍ଯ୍ୟ ଜାରି ରଖିବି। ବିଜୁ ଜନତା ଦଳରେ ସାମିଲ ପାଇଁ ଶ୍ରୀ ମୁଖୀ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।