ଶଙ୍ଖ ଫୁଙ୍କିଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି।

ଶଙ୍ଖ ଭବନରେ ମିଶ୍ରଣ ପର୍ବ

ଭୁବନେଶ୍ବର, ୧୮/୦୪/୨୦୨୪: ସିନେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ବର୍ଷା ପ୍ରିୟଦର୍ଶିନୀଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।
ଏହି ଅବସରରେ ବର୍ଷା ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ନିମ୍‌କି ଫିଲ୍ମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କରିଥିଲି। ମୁଖ୍ୟମନ୍ତ୍ରୀ କଥା କମ୍ କୁହନ୍ତି, କାମ ଅଧିକ କରନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରଳ ଭାବମୂର୍ତ୍ତି ସମସ୍ତଙ୍କ ପାଇଁ ଆଦର୍ଶ। ମୁଖ୍ୟମନ୍ତ୍ରୀଙ୍କର କେହି ପ୍ରତିଦ୍ୱନ୍ଦ୍ୱୀ ନାହାନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ
ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି।