ବିଜେଡ଼ିରେ ଯୋଗଦେଲେ ବଲାଙ୍ଗିର ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ମୁକେଶ ଜୈନ

ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ

ଭୁବନେଶ୍ୱର, ୨୦/୦୪/୨୦୨୪: ବଲାଙ୍ଗିର ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ତଥା ଜୈନ ତେରାପନ୍ଥ ସମାଜର ରାଜ୍ୟ ସଭାପତି ମୁକେଶ ଜୈନଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀମତୀ ସାହୁ ଓ ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ମୁକେଶ ଜୈନ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ ।