ବିଜେଡ଼ିରେ ଯୋଗଦେଲେ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

ବିଭିନ୍ନ ବିଜେପି ନେତା ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡ଼ିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୨୧/୦୪/୨୦୨୪: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରେଙ୍ଗାଲି ନିର୍ବାଚନ
ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜବୁତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଉତ୍ପଳା ଧାରୁଆ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଦ୍ୟୁତ୍‌ପ୍ରଭା ଜୋଷୀ, ପ୍ରେମାନନ୍ଦ ବ୍ରିହେଡ, ଆଶିଷ କୁମାର ପଣ୍ଡା, ସୁରେଶୀନୀ ଓରାମ, ବିରେନ୍ଦ୍ର ରାଉତ, ଓମପ୍ରକାଶ ସା ଓ ଅନିରୁଦ୍ଧ ମାଝୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।