ଓଡ଼ିଶା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା: ଶୀର୍ଷରେ ନରେନ୍ଦ୍ର ମୋଦି

ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀମାନଙ୍କ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି।

ପ୍ରଚାର କରିବେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର, ୨୩/୦୪/୨୦୨୪: ପ୍ରକାଶ ପାଇଲା ବିଜେପିର ଷ୍ଟାର ପ୍ରଚାରକ ତାଲିକା। ଭାରତୀୟ ଜନତା ପାର୍ଟି ଓଡ଼ିଶାର ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏ ନେଇ ଭାରତୀୟ ନିର୍ବାଚନ ଆୟୋଗ ଏବଂ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହ। ଏହି ଚିଠିରେ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ୪୦ ଜଣ ନେତାଙ୍କ ନାମ ଉଲ୍ଲେଖ ରହିଛି।

ଏହି ତାଲିକାରେ ଶୀର୍ଷରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡକରୀ, ସ୍ମୃତି ଇରାନୀ, ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି।