ବିଜେଡ଼ିରେ ଯୋଗଦେଲେ ଛତ୍ରପୁର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ନେତା ଓ କର୍ମୀ

ଶତାଧିକ ବିଜେପି କର୍ମୀ ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୨୯/୦୪/୨୦୨୪: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଛତ୍ରପୁର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ଶ୍ରୀନିବାସ ରେଡ୍ଡୀ, ଅଞ୍ଜନା ପାତ୍ର, ସୀମାଦ୍ରି ରେଡ୍ଡୀ, ଜ୍ୟୋତିରାଜ ମହାରଣା, ଉଦୟନାଥ, ବସନ୍ତ ଦାସ, ରଘୁନାଥ ପାତ୍ର, ବିଜୟ ଚନ୍ଦ୍ର ଗନ୍ତାୟତ, ରବୀନ୍ଦ୍ର ପ୍ରଧାନ, ରବୀନ୍ଦ୍ରନାଥ ସାହୁ, ଅଜୟ ପ୍ରଧାନ, କୈବଲ୍ୟ ପ୍ରଧାନ, ଭାସ୍କର ପ୍ରଧାନ, ନିର୍ମଳ ପ୍ରଧାନ, ବାଳକୃଷ୍ଣ ସେଠୀ, ଆଲୋକ ମଲ୍ଲିକ, ସଞ୍ଜୟ ପାତ୍ର, ସନ୍ତୋଷ ସାହୁ, ମନୋଜ ଗୌଡ, ଦୂର୍ଯ୍ୟୋଧନ
ରେଡ୍ଡୀ, କାଳିଆ ଗୌଡ, ହରିବନ୍ଧୁ ରେଡ୍ଡୀ, ରଙ୍କ ଗୌଡ, ବିଜୁ ଗୌଡ, ସୁଶାନ୍ତ ମହାନ୍ତି, ପ୍ରତାପ ଗୌଡ, ଈଶ୍ୱର ରେଡ୍ଡୀ, ବୁଲୁ କୁମାର ସେଠୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।