ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ମେ' ୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ।

ଦଳୀୟ ପ୍ରାର୍ଥୀଙ୍କ ପାଇଁ କ୍ୟାମ୍ପେନିଂ କରିବେ

ନୂଆଦିଲ୍ଲୀ, ୦୧/୦୫/୨୦୨୪: ମେ ୧୩ରେ ଓଡ଼ିଶାରେ ହେବାକୁ ଯାଉଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏହା ମଧ୍ୟରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ନିମନ୍ତେ ଆସନ୍ତା ସପ୍ତାହରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମେ’ ୬ରେ ମୋଦି ଓଡ଼ିଶା ଆସିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।

ସୂଚନା ମୁତାବକ, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଓ କଳାହାଣ୍ଡି ଭଳି ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହା ଅଧୀନରେ ଥିବା ୨୧ଟି ବିଧାନସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୋଦି। ଏ ନେଇ ନବରଙ୍ଗପୁରରେ ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ସହ ରୋଡ୍ ସୋ କରିବେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ।