ନାମାଙ୍କନ ଭରିଲେ ନବୀନ

ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନବୀନ ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

କଣ୍ଟାବାଞ୍ଜି ପାଇଁ ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ୱର,୦୨/୦୫/୨୦୨୪: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ବିଜେଡି ସୁପ୍ରିମୋ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସିଟି ହାଇସ୍କୁଲ ପଡ଼ିଆରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବା ପରେ କଣ୍ଟାବାଞ୍ଜିର ରିଟର୍ଣ୍ଣିଂ ଅଫିସର ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ନାମାଙ୍କନ ପତ୍ର ଦାଖଲ କରିବାର ଦୁଇ ଦିନ ପରେ ନବୀନ କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନବୀନ ଲଗାତାର ଷଷ୍ଠ ଥର ପାଇଁ ନିର୍ବାଚନ ଲଢ଼ିବେ।