ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ

ଭୁବନେଶ୍ବର: ରାଜ୍ୟରେ ଆଗାମୀ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଶୁଖିଲା ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ ୫ ଦିନ ଯାଏଁ ବର୍ଷା ହେବା ସମ୍ଭାବନା ନାହିଁ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ। ପୁଣି ମୌସୁମୀ ସକ୍ରିୟ ହେବ ଏବଂ ବର୍ଷା ହେବ।  ୬/୭ ତାରିଖ ଆଡ଼କୁ ଏକ ଛୋଟ ଧରଣର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଏହା ମଧ୍ୟରେ କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀୀ ୨୪ ଘଣ୍ଟାରେ  କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା , କୋରାପୁଟ, ମୟୂରଭଞ୍ଜ ଓ ନୟାଗଡ଼  ଆଦି ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।