ବିଜେଡି ଛାଡିଲେ ରଣପୁର ବିଧାୟକ

ରଣପୁରର ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର ବିଜେଡିରୁ ଇସ୍ତଫା ଦେଇଛନ୍ତି।

ବହିଷ୍କାର କରିବାକୁ ଦଳ ଷଡ଼ଯନ୍ତ୍ର କରୁଥିଲା

ଭୁବନେଶ୍ବର, ୦୩/୦୫/୨୦୨୪: ରଣପୁରର ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଛନ୍ତି।

ରବି ନାରାୟଣଙ୍କୁ ଦଳରୁ ବହିଷ୍କାର କରିବାକୁ ଦଳ ଷଡ଼ଯନ୍ତ୍ର କରୁଥିବା ଅଭିଯୋଗ କରି ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ସେ ୨୦୧୪ରେ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ।