ବିଜେଡି ଜାରି କଲା ଷ୍ଟାର ପ୍ରଚାରକ ତାଲିକା

୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡ଼ି।

ଶୀର୍ଷରେ ନବୀନ

ଭୁବନେଶ୍ବର, ୦୩/୦୫/୨୦୨୪: ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ।

ଏହି ତାଲିକାରେ ଦଳର ସଭାପତି ନବୀନ ପଟ୍ଟନାୟକ, ଅଧ୍ୟକ୍ଷ ୫ଟି କାର୍ତ୍ତିକ ପାଣ୍ଡିଆନ, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ସସ୍ମିତ ପାତ୍ର ଓ ସୁଲତା ଦେଓଙ୍କ ସମେତ ବହୁ ମନ୍ତ୍ରୀ ଓ ବିଧାୟକ ରହିଛନ୍ତି।