ବିଜେଡ଼ିରେ ଯୋଗଦେଲେ ନିଆଳି ନିର୍ବାଚନମଣ୍ଡଳୀର ବିଜେପି ନେତା ନ୍ୟାୟବ୍ରତ ରାଉତ

ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୦୬/୦୫/୨୦୨୪: କଟକ ଜିଲ୍ଲା ଅନ୍ତର୍ଗତ ନିଆଳି ନିର୍ବାଚନ ମଣ୍ଡଳୀର ବିଜେପି ନେତା ନ୍ୟାୟବ୍ରତ ରାଉତଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ନିଆଳି ବିଧାୟକ ପ୍ରମୋଦ ମଲ୍ଲିକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ନ୍ୟାୟବ୍ରତ ରାଉତ ଓ ଶତାଧିକ ବିଜେପି କର୍ମୀଙ୍କୁ ଶ୍ରୀ ମଲ୍ଲିକ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ନିଆଳି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ମଲ୍ଲିକ ଓ ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ନ୍ୟାୟବ୍ରତ ରାଉତ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ରଣ ପର୍ବରେ ବରିଷ୍ଠ ବିଜେପି ନେତା ପ୍ରମୋଦ ମଲ୍ଲିକ, ନିରଞ୍ଜନ ମହାନ୍ତି, ଚୈତନ୍ୟ ମଲ୍ଲିକ, ସମ୍ପଦ ଜେନା, ବେଣୁଧର ଖଟୁଆ, ବିପିନ ବିହାରୀ ପରିଡ଼ା, ଶୈଳେନ୍ଦ୍ର ନାୟକ, ସୌମ୍ୟ ରଞ୍ଜନ ପ୍ରଧାନ, ସୁଶାନ୍ତ ବାରିକ, ଅର୍ଜୁନ ରାଉତ, ବିନୋଦ ମହାନ୍ତି, ସମୀର ରାଉତ, ରାଜକିଶୋର ଦଳାଇ, ସୁବାସ ପ୍ରଧାନ, ମୋଟୁନା ନାଏକ, ଅକ୍ଷୟ ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।