ଏଯାବତ୍ ଅଂଶୁଘାତରେ ୩ ମୃତ

ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

୭୮୬ ଜଣ ଅଂଶୁଘାତରେ ଆକ୍ରାନ୍ତ

ଭୁବନେଶ୍ବର, ୦୮/୦୫/୨୦୨୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଏପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଛି। ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

ସୂଚନା ମୁତାବକ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୮୬ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ଦେଖାଦେଇଛି। ତଦନ୍ତ ଓ ଶବ ବ୍ୟବଚ୍ଛେଦ ପ୍ରକ୍ରିୟା ଶେଷ ହେବା ପରେ ଏପର୍ଯ୍ୟନ୍ତ ସନ୍ ଷ୍ଟ୍ରୋକରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ନିଶ୍ଚିତ ହୋଇଛି। ଏ ଘଟଣାରେ ଆହୁରି ୧୭ ଜଣ ମୃତକଙ୍କ କାରଣ ନେଇ ତଦନ୍ତ ପ୍ରକ୍ରିୟା ଚାଲୁ ରହିଛି ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ସୂଚନା ଦେଇଛନ୍ତି।