ବିଜେଡ଼ିରେ ଯୋଗଦେଲେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ଉପେନ୍ଦ୍ର ମେହେର

ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନଠାରେ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୦୯/୦୫/୨୦୨୪: ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ଉପେନ୍ଦ୍ର ମେହେରଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଉପେନ୍ଦ୍ର ମେହେର ଓ ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କଂଗ୍ରେସ ନେତା ଉପେନ୍ଦ୍ର ମେହେର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଏହି ମିଶ୍ରଣ ପର୍ବରେ ପୂର୍ବତନ ଜିଲ୍ଲାପରିଷଦ ଦେବଦତ୍ତ ସରାଫ, ସମାଜସେବୀ ଯୋଗେନ୍ଦ୍ର ମିଶ୍ର, ପରମେଶ୍ୱର ମେହେର, ଯଯାତି କେଶରୀ ମେହେର, କୃଷକ ସାଥୀ ରଘୁନାଥ ବେହେରା, ମାଳି ସମାଜର ସଦସ୍ୟ ସୁବାସ ପଟେଲ, ଗୁପ୍ତେଶ୍ୱର ପଟେଲଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।