ବିଜେଡ଼ିରେ ଯୋଗଦେଲେ କଂଗ୍ରେସର ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା

ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନଠାରେ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୧୦/୦୫/୨୦୨୪: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତଗର୍ତ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ତଥା କଂଗ୍ରେସ ନେତ୍ରୀ ରଞ୍ଜୁବାଳା ବେହେରାଙ୍କ ସହ ବହୁ ନିର୍ବାଚିତ ପ୍ରତିନିଧି ଓ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ରଞ୍ଜୁବାଳା ବେହେରା ଓ ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଭୋଳାନାଥ ବେହେରା, କସ୍ତୁରୀ ମାଝୀ, ଦ୍ରୋଣସେନ ବେହେରା, ଦ୍ରୌପଦୀ ବାରିକ, କୁନ୍ତି ସାହୁ, ଅହଲ୍ୟା ବେହେରା, ନୀଳକଣ୍ଠ ବାରିକ, ରୀତା ସାହୁ, ଉର୍ମିଳା ତାଣ୍ଡି, ଯୋଗେଶ୍ୱର ବେହେରା, ମୁରଲୀଧର କୁମ୍ଭାର, ହର ମେହେର, ବିନୋଦିନୀ ବାଗ, ସୁମିତ୍ରା ଜାଲ, ନନ୍ଦିନୀ ବାଗ, ସୁଦାମ ଭୋଇ, ଯୁବରାଜ ବେହେରା, ପ୍ରଦୀପ ଭୋଇ, ଘାସିରାମ ସାହୁ, ବଂଶୀ ବାଗ, କୁରୁକ୍ଷେତ୍ର ଭୋଇ, ମନ ତାଣ୍ଡି, ଦିବାକର ବାଗଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।