ଆଜିଠୁ ଆରମ୍ଭ ୨୦୨୪ ମହାସଂଗ୍ରାମ

ଆଜିଠୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହୋଇଛି।

ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷ ଭୋଟର

ଭୁବନେଶ୍ବର, ୧୩/୦୫/୨୦୨୪: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ରାଜ୍ୟର ୪ଟି ଯଥାକ୍ରମେ ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଆସନ ଓ ଏହା ଅଧିନରେ ଥିବା ୨୮ଟି ବିଧାନସଭା ଆସନରେ ମତଦାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁରରେ ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।

ଏହି ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ୨୮ଟି ବିଧାନସଭା ଆସନରୁ ମୋଟ ୨୪୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ। ସେଥିମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର ଥିବା ବେଳେ ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଦେଶର ଉତ୍ତରପ୍ରଦେଶ (୧୩), ବିହାର (୫), ପଶ୍ଚିମବଙ୍ଗ (୮), ମହାରାଷ୍ଟ୍ର (୧୧), ମଧ୍ୟପ୍ରଦେଶ (୮) ଏବଂ ଜମ୍ମୁ-କଶ୍ମୀର (୧) ରେ ମତଦାନ ହେବାକୁ ଥିବା ବେଳେ ଆନ୍ଧ୍ରପ୍ରଦେଶ (ସମସ୍ତ ୧୭୫), ତେଲେଙ୍ଗାନା (ସମସ୍ତ ୧୭), ଓଡ଼ିଶା (୪) ଏବଂ ଝାଡ଼ଖଣ୍ଡ (୪) ରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି।