ବିଜେଡ଼ିରେ ଯୋଗଦେଲେ କାକଟପୁରର ପୂର୍ବତନ ବିଧାୟକ ରବୀନ୍ଦ୍ର ମଲ୍ଲିକ

ବିଜେଡିର ମିଶ୍ରଣ ପର୍ବ

ବିଜେଡିରେ ମିଶିଲେ ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର, ୧୭/୦୫/୨୦୨୪: ପୁରୀ ଜିଲ୍ଲା କାକଟପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପି ନେତା ରବୀନ୍ଦ୍ର ମଲ୍ଲିକଙ୍କ ସହ ବହୁ ନିର୍ବାଚିତ ପ୍ରତିନିଧି ଓ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ରବୀନ୍ଦ୍ର ମଲ୍ଲିକଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କାକଟପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ରବୀନ୍ଦ୍ର ମଲ୍ଲିକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ଯୋଗେନ୍ଦ୍ର ପାଢୀ, ସୁବୋଧ ମହାନ୍ତିଙ୍କ ସହ ବହୁ ବିଜେପି କର୍ମୀ ବିଜେଡ଼ିରେ ସାମିଲ ଠହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।