ଆଜି ସରିବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ।

ଶେଷ ପ୍ରୟାସରେ ପ୍ରାର୍ଥୀ ଓ ନେତା

ଭୁବନେଶ୍ବର, ୧୮/୦୫/୨୦୨୪: ଓଡ଼ିଶାରେ ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର ଆଜି ଶେଷ ହେବ। ପ୍ରଚାର ଶେଷ ହେବାକୁ ଆଉ କିଛି ଘଣ୍ଟା ବାକି ଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଜେଡି ଓ ବିରୋଧୀ ଦଳର ଶୀର୍ଷ ନେତୃତ୍ୱମାନେ ଶେଷ ପ୍ରୟାସ ଚଳାଇଛନ୍ତି।

ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନ ମଣ୍ଡଳୀରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ୫ଟି ଲୋକସଭା ଆସନରୁ ୪୦ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୯ ଲକ୍ଷ ୬୨ ହଜାର ୧୪୮ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ।