ବିଜେଡ଼ିରେ ଯୋଗ ଦେଲେ ଧାମନଗର ନିର୍ବାଚନମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା

ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ।

ବିଜେଡିରେ ମିଶିଲେ ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର, ୧୮/୦୫/୨୦୨୪: ଧାମନଗର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ଧାମନଗର ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ସୁବାସ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀ ଓ କର୍ମକର୍ତ୍ତାଙ୍କୁ ଡକ୍ଟର ପାତ୍ର, ଶ୍ରୀ ଦାସ ଓ ଶ୍ରୀ ନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଧାମନଗର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ଦାସ ଓ ଶ୍ରୀ ନାୟକ କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି କର୍ମୀ ଓ କର୍ମକର୍ତ୍ତାମାନେ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମ ସହିତ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ରବୀନାରାୟଣ ସ୍ୱାଇଁ, କୈଳାସ ସ୍ୱାଇଁ, ବିମ୍ବାଧର ସ୍ୱାଇଁ, ଜଗନ୍ନାଥ ଜେନା, ଖିରୋଦ ପ୍ରଧାନ, ଗଣେଶ ବେହେରା, ଏସକେ ରୁସ୍ତନ, ଏସକେ ଇବ୍ରାହିମ, ଏସ୍‌କେ ଆମ୍‌ଲୁନା, ଏସକେ ଚନ୍ଦବାବୁ, ଅସଲାମ, ଲାଲବାବୁ, ନବାବ, ସମଶେର ଅଲ୍ଲୀ, ଆଇସାନ, କୁୱାଲ ହୁସେନ, ଗୁଲିସ୍ତାନ, ନୱାଜ, ଏସ୍ ଆସିତ, ମହମ୍ମଦ ଯବୀର ଓ ଗୋଲାନ ହୁସେନଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।