ଶୁକ୍ରବାରଠୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ବଢିବ। ମୌସୁମୀର ନିମ୍ନ ଚାପରେଖା ଦକ୍ଷିଣ ଆଡକୁ ମୁହାଁଇଛି । ହିମାଳୟ ପାଦଦେଶରୁ ଏହା ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ଆଗକୁ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୫ରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡାରେ ଭାରି ବର୍ଷା ହେବାର ସମ୍ଭାବନା ଅଛି ।

୬ରେ ମଧ୍ୟ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୬ରେ ୫ ଜିଲ୍ଲାରେ ଅତି ପ୍ରବଳ ଓ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।