ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଗତ ୨୯ ତାରିଖରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ସମୟରେ ବାଣ ବିସ୍ଫୋରଣ ଘଟିଥିଲା।

ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ୱର,୩୧/୦୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିବା ପରେ ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଜଣଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇଛି। ସୌମ୍ୟରଂଜନ ସାହୁ(୧୩) ଓ ସମୃଦ୍ଧି ସାହୁ(୪)ଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ୧୨ ଜଣ ଗୁରୁତରଙ୍କ ସମେତ ୨୪ ଜଣ ଆହତ କଟକ, ଭୁବନେଶ୍ୱର ଓ ପୁରୀର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତ ୨୯ ତାରିଖରେ ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ସମୟରେ ଚାପ ଖେଳ ସମୟରେ ବାଣ ବିସ୍ଫୋରଣ ଘଟି ୩୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିଲେ।