ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଗତ ୨୯ ତାରିଖରେ ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ୩୦ରୁ ଉର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିଲେ।

୧୯ ଜଣ ଚିକିତ୍ସାଧିନ

ଭୁବନେଶ୍ୱର,୦୨/୦୬: ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ରବିବାର ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିବା ପରେ ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଜାରି ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ୧୯ ଜଣ ପୀଡ଼ିତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପୂର୍ବରୁ ଏହି ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଗତ ୨୯ ତାରିଖରେ ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ସମୟରେ ଚାପ ଖେଳ ସମୟରେ ବାଣ ବିସ୍ଫୋରଣ ଘଟି ୩୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ଗୁରୁତରଙ୍କୁ କଟକ ଓ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଆହତଙ୍କ ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେବା ସହ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ଏବଂ ମୃତକଙ୍କ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ।