ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ

ଭୁବନେଶ୍ବର, ୧୩/୦୬: ପୁରୀର ସାକ୍ଷୀଗୋପାଳସ୍ଥିତ ସୁଆଣ୍ଡୋ ଗ୍ରାମରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ପୁରୀ ନିର୍ବାଚନ ମଣ୍ଡଳୀର ବିଜେପି ସାଂସଦ ସମ୍ବିତ ପାତ୍ରଙ୍କ ସମେତ ଦଳର ବହୁ ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦମାନେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ଅଭିଯୋଗ ଶୁଣିଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିରର ୪ଟି ଦ୍ୱାର ଆଜି ମଙ୍ଗଳ ଆଳତୀ ପରେ ମନ୍ତ୍ରୀଗଣଙ୍କ ଉପସ୍ଥିତିରେ ଖୋଲାଯାଇଥିଲା।